ଭୁବନେଶ୍ୱର : ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଭିକାରୀ ତାଲିକା ଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାରେ ମୋଟ ୫୨୮୪ ଜଣ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ , ରାଜ୍ୟରେ ଏବେ ପାଖାପାଖି ୫ହଜାରୁ ଅଧିକ ଭିକାରୀ ଅଛନ୍ତି । କଟକରେ ସର୍ବାଧିକ ୧୦୬୦ ଭିକାରୀ ଅଛନ୍ତି । ଏହାସହ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ ରେ ୪୧୭ ଓ ପୁରୀରେ ୩୫୦ ଭିକାରୀ ଅଛନ୍ତି ବୋଲି ତଥ୍ୟ ରଖିଛନ୍ତି ମନ୍ତ୍ରୀ । ହେଲେ ରାଜ୍ୟକୁ ଭିକାରୀମୁକ୍ତ କରିବାକୁ ସରକାର ଚଳାଇଛନ୍ତି ଅଭିଯାନ । ରାଜ୍ୟକୁ ଭିକାରୀମୁକ୍ତ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ , ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି । ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।