ରାଜ୍ୟରେ ୩୨ କରୋନା ଜଣ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୬, ସଙ୍ଗରୋଧରୁ ୧୯,ସ୍ଥାନୀୟ ୧୩। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୨୨୫କୁ ବୃଦ୍ଧି ପାଇଛି। ୧୨,୭୭,୪୯୭ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୫୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସେହି ଅନୁସାରେ ୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରାମିତଙ୍କ ମଧ୍ୟରେ ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୪୯୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୨୬୫୭୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି