ଆଜି ରାଜ୍ୟରୁ ୧୧ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମଣ ବର୍ତ୍ତମାନ ଦ୍ରୁତ ଗତିରେ ତଳମୁହାଁ ହେଉଛି I ଲଗାତାର ଗୋଟିଏ ସପ୍ତାହ ଧରି କରୋନା ଦୈନିକ ସଂକ୍ରମଣ ୨ ଦଶ ଟପି ନ ଥିବାବେଳେ ଗତ ଦୁଇଦିନ ହେବ ସାମାନ୍ୟ ସଂକ୍ରମଣ ବଢିଥିଲା I ଆଜି ପୁଣି ସ୍ଥିତି ରେ ସୁଧାର ଆସିଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ମାତ୍ର ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଇ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୪୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୮୭୦୧୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।