ଆଜି ରାଜ୍ୟରୁ ୨୦୩ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରୁ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ I ମିଳିଥିବା ସୂଚନାନୁସାରେ ଆଜି ରାଜ୍ୟରୁ ୨୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୨୬୪କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୨୩୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୬୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୩୫୪୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।