ରାଜଧାନୀରୁ ଆଜି ପୁଣି ୨୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ

ରାଜଧାନୀରୁ ଆଜି ୨୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୨୯୨କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୨୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୧,୦୧,୯୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୩୦୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୯୯୦ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

Comments (0)
Add Comment