ଆଜି ରାଜ୍ୟରୁ ୨୪୨ସଂକ୍ରମିତ ଚିହ୍ନଟ ୩ ମୃତ

ଆଜି ୨୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଲେ ୩ ଜଣ ପ୍ରାଣ ହରାଇଛନ୍ତି I ପ୍ରାଣ ହରାଇଥିବା ମୃତକ ମାନେ ହେଲେ ଖୋର୍ଦ୍ଧାରୁ ଦୁଇଜଣ ଓ ଗଞ୍ଜାମରୁ ଜଣେ । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୯କୁ ବୃଦ୍ଧି ପାଇଛି ଇ ସେହିପରି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୧ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୫୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୬୧୩ ରହିଥିବା ବେଳେ ୨ ହଜାର ୫୦୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment