ରାଜ୍ୟ ରୁ ଆଜି ୨୫୭ କୋଭିଡ୍ ସଂକ୍ରମିତ ଚିହ୍ନଟ

ରାଜ୍ୟରେ କ୍ରମଶଃ ହ୍ରାସ ପାଉଛି ଦୈନିକ କରୋନା ସଂକ୍ରମଣ I ସ୍ୱାସ୍ଥ୍ୟ ବିଭାଗର ସୂଚନାନୁଯାୟୀ ଗତ ର୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୯୨୯କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୧୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୫୭୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୩୩୪୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି I ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।