ଆଜି ରାଜ୍ୟରୁ ୨୬୨ ସଂକ୍ରମିତ ଚିହ୍ନଟ, ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ ଜଣ ପ୍ରାଣ ହରାଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୪୭୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦ ରହିଥିବା ବେଳେ ୨ ହଜାର ୭୪୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୭କୁ ବୃଦ୍ଧି ପାଇଛି । ଜଗତସିଂହପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment