ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଆଜି ରାଜ୍ୟରୁ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୬୭୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୦୧୩୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।