ଆଜି ରାଜ୍ୟରୁ ୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମେ ହ୍ରାସ ପାଇବାରେ ଲାଗିଛି I ସେହି ଅନୁସାରେ ଆଜି ରାଜ୍ୟରୁ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୧ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୮୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସେହିଭଳି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୫୧୬୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।