ରାଜ୍ୟରୁ ଆଜି ୮୭୦ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ତଳ ଉପର ହେଉଛି ଦୈନିକ କରୋନା ସଂକ୍ରମଣ ହାର ଇ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଆଜିର ସଂକ୍ରମିତ ମାନଙ୍କ ମଧ୍ୟରେ ୫୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୬୪୭୩କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୩୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୦୯୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୨୩୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।