ଆଜି ପଞ୍ଚାୟତ ନିର୍ବାଚନ ର ଶେଷ ପର୍ଯ୍ୟାୟ : ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ହେଉଛି ମତଦାନ

ଆଜି ରାଜ୍ୟ ର ପଂଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ । ସକାଳ ୭ ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ପର୍ଯ୍ୟନ୍ତ ପଡିବ ଭୋଟ Iଏହି ପର୍ଯାୟରେ ସମୁଦାୟ ୨୫ଟି ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟ ନିଆଯାଉଛି I ସେହିପରି ୯୭୫ ଗ୍ରାମ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ଭୋଟ ପଡିବ । ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଶେଷ ପର୍ଯ୍ୟାୟରେ ଜିତାପଟ ପାଇଁ ପ୍ରାର୍ଥୀ, ଦଳ ଓ କର୍ମୀ ପୂରା ଦମ ଲଗାଇଦେଇଛନ୍ତି । ୧୩ ହଜାର ୫୧୪ଟି ବୁଥରୁ ୨ହଜାର ୨୭ଟି ବୁଥ ସମ୍ବେଦନଶୀଳ ବୁଥ ରହିଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ୍‌ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।