ଆଜି ରାଜ୍ୟରେ ୧୭୦ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣର ହାର ନିମ୍ନମୁଖୀ ହେବାର ଲାଗିଛି । ପ୍ରଥମ ଥର ପାଇଁ ୨୦୦ ତଳକୁ ଖସିଛି ସଂକ୍ରମଣ Iଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୯୪୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୪ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ,ବରଗଡ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୯୬୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments (0)
Add Comment