ଆଜି ରାଜ୍ୟରୁ ୨୯୮ ସଂକ୍ରମିତ ଚିହ୍ନଟ

ଆଜି ରାଜ୍ୟରେ ୨୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୧୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୮୦୩ ରହିଥିବା ବେଳେ ୧ ହଜାର ୮୧୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment