ଟ୍ରପ୍ ଲାଇନ୍ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ଭିଜିବ ଓଡ଼ିଶା, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ବଦଳିବ ପାଗ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗ୍ୟାଙ୍ଗେୟ ପଶ୍ଚିମବଙ୍ଗରୁ ଦକ୍ଷିଣ ଛତିଶଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଟ୍ରପ୍‌-ଲାଇନ୍ ପ୍ରଭାବରେ ଏହି ପାଣିପାଗ ପରିବର୍ତ୍ତନ ଘଟିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Trop line impact: Odisha to get wet in 24 hours