ଦୁଇ ଓଡିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେଲେ ଦୁଇ ଓଡିଆ ପୁଅ । ରାଷ୍ଟ୍ରପତିଙ୍କଠାରୁ ଗ୍ରହଣ କଲେ ପଦ୍ମ ପୁରସ୍କାର । ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ଲୋକକଳା ଶବ୍ଦ ନୃତ୍ୟ ଶିଳ୍ପୀ ଗୁରୁ ଭାଗବତ ପ୍ରଧାନଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଓଡ଼ିଆଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । କଳାକ୍ଷେତ୍ରରେ ଯୋଗଦାନ ପାଇଁ ବରଗଡ଼ ଜିଲ୍ଲାର ଲୋକକଳା ଶବ୍ଦନୃତ୍ୟ ଶିଳ୍ପୀ ଗୁରୁ ଭାଗବତ ପ୍ରଧାନଙ୍କୁ ଓ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ପୁରସ୍କାର ପାଇବା ଲାଗି କେବଳ କଳାକ୍ଷେତ୍ରରେ ୪ ଓଡ଼ିଆ ମନୋନୀତ ହୋଇଥିଲେ । ଗତ ଏପ୍ରିଲ ୨୨ରେ ଗଞ୍ଜାମର ୧୦୬ ବର୍ଷୀୟ ଲୋକକଳା କୃଷ୍ଣଲୀଳାର ସଂଗୀତ ଗାୟକ ଗୁରୁ ଗୋପୀନାଥ ସ୍ୱାଇଁ ଓ ସମ୍ବଲପୁରର ପ୍ରଖ୍ୟାତ ଲୋକ ସାହିତ୍ୟିକ ବିନୋଦ କୁମାର ପଶାୟତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।