ସ୍ୱର୍ଗତ ଉତ୍ତମ ମହାନ୍ତି ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶାର ଲୋକପ୍ରିୟ ଅଭିନେତା ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।ଏ ସମ୍ପର୍କରେ ଶ୍ରୀ ପ୍ରଧାନ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ ଲୋକପ୍ରିୟ ଅଭିନେତା ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ବାସଭବନକୁ ଯାଇ ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି । ଅପରାଜିତା ଅପା, ବାବୁସାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଲି । ସ୍ୱର୍ଗତ ଉତ୍ତମ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା । ଚଳଚ୍ଚିତ୍ର ଜଗତ ପ୍ରତି ତାଙ୍କର ଜୀବନବ୍ୟାପୀ ସାଧନା ଓ କୃତି ପାଇଁ ସେ ଓଡ଼ିଆ ଜନମାନସରେ ଚିର ଅମର ହୋଇ ରହିବେ ।ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରିବା ନେଇ ପ୍ରାର୍ଥନା କରିଛନ୍ତି ।