ଉପର ମୁହାଁ କରୋନା ସଂକ୍ରମଣ, ୯୫ ଚିହ୍ନଟ

ଭୁବନେଶ୍ବର: ବିଗତ କରୋନା ଗ୍ରାଫ୍‌ ଉପର ମୁହାଁ ହୋଇଛି। ରାଜ୍ୟରେ ୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୫୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୨୦୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୬୯୦୬୮ସାମ୍ପୁଲ ଟେଷ୍ଟ୍ ହୋଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବାବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧିପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ, ଷ୍ଟେଟ ପୁଲ୍‌ରୁ ୩ ଜଣ ରହିଛନ୍ତି ।

Upper face corona infection