ଅନୁଗୁଳ:ଛେଣ୍ଡିପଦା ଜରପଡା ଥାନା ରେ କାର୍ଯ୍ୟରତ ASI ସୀତା ନାୟକ ଏକ ମାମଲାର ଚୂଡାନ୍ତ ରିପୋର୍ଟ ଦେବାପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ବାରମ୍ବାର ଟଙ୍କା ଦେବାକୁ ଚାପ ପକାଇବା ପରେ ଅଭିଯୋଗକାରୀ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ । ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସ ଅଧିକାରୀମାନେ ଏକ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଥିଲେ । ପୂର୍ବ ଯୋଜନା ଅନୁସାରେ ଅଭିଯୋଗକାରୀ ଏଏସଆଇ ସୀତା ନାଏକଙ୍କୁ ୮ ହଜାର ଟଙ୍କା ଦେଉଥିବା ବେଳେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ । ଏହାପରେ ଏଏସଆଇ ସୀତା ନାଏକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଥିଲେ। ଘଟଣା ପରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି । ସେହିପରି ଅଭିଯୁକ୍ତ ଏଏସଆଇଙ୍କ ସମ୍ପତ୍ତି ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।