ରଥଯାତ୍ରାରେ ସାମିଲ ହେବାକୁ ନବୀନଙ୍କୁ ନିମନ୍ତ୍ରଣ

217

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଯୋଗ ଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ସେବାୟତ ମଣ୍ଡଳୀ । ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ଵରେ ସେବାୟତଙ୍କ ଏକ ପ୍ରତିନିଧି ଦଳ ଆଜି ନବୀନ ନିବାସ ଆସି ରଥଯାତ୍ରା ଦେଖିଯିବାକୁ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି । ସବୁ ବର୍ଷ ଭଳି ପୁରୀ ଯାଇ ରଥଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରଥ ଟାଣିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ସେବାୟତଙ୍କ ସହିତ ନବୀନ ପଟ୍ଟନାୟକ ବେଶ କିଛି ସମୟ କଥାବାର୍ତ୍ତା ବି ହୋଇଥିଲେ ।

Comments are closed, but trackbacks and pingbacks are open.