ପୁଣି ଲଘୁଚାପ; ଓଡିଶାକୁ ବିଶେଷ ପ୍ରଭାବ ନାହିଁ

126

ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ଆସୁଛି ।ବଙ୍ଗୋପସାଗରରେ ଆଗ ପଛ ହୋଇ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଏହି ଦୁଇ ଲଘୁଚାପର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି । ଡିସେମ୍ବର ପ୍ରଥମ ସପ୍ତାହରେ ଓଡ଼ିଶାରେ ଅଳ୍ପ ବର୍ଷା ହେବାର ଆଶଙ୍କା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆସନ୍ତା ୨୫ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଆଉ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ୨୭ ତାରିଖ ବେଳକୁ ଅବପାତର ରୂପ ନେବା ସମ୍ଭାବନା ରହିଛି ।

କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗରରେ ୨୭ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବ।

ପରବର୍ତ୍ତୀ ପର୍ଯ୍ୟାୟରେ ଏହାର ତୀବ୍ରତା ଓ ଗତିପଥ ଦେଖି ଜଣାଯିବ ଏହା କେଉଁ ଉପକୂଳ ମୁହାଁଇବ । ରାଜ୍ୟ ଉପରେ ପ୍ରଭାବ ପଡ଼ିବ ନା ନାହିଁ ତାହା ଆଗକୁ ଜଣାପଡିବ । ତେବେ ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗୁଡ଼ିକ ଏବେଠାରୁ ଆକଳନ କଲେଣି ଯେ, ସାମ୍ଭାବ୍ୟ ଲଘୁଚାପ ବାତ୍ୟାର ରୂପ ନେଇପାରେ । ପ୍ରଥମ ଲଘୁଚାପଟି ଘନୀଭୂତ ହୋଇ ସମ୍ଭାବ୍ୟ ବାତ୍ୟା ରୂପ ନେଇପାରେ । ଏହା ବାଂଲାଦେଶ କିମ୍ବା ମିଆଁମାର ଉପକୂଳ ମୁହାଁଇବା ସମ୍ଭାବନା ଅଛି । ତେବେ ନଭେମ୍ବର ୨୯ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଡିସେମ୍ବର ପହିଲାବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେଇପାରେ । ଏହାର ପ୍ରଭାବରେ ନଭେମ୍ବର ୩୦ରୁ ଡିସେମ୍ବର ୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାରେ କିଛି ପରିମାଣରେ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed, but trackbacks and pingbacks are open.