ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ଚିହ୍ନଟ

23

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ମାନେ ହେଲେ କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୯୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୮୫୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.