ରାଜ୍ୟରେ ଆଉଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

0 111

ଆଜି ରାଜ୍ୟରୁ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଇ ନୂଆ ଚିହ୍ନଟ ହୋଇଥିବା ଓମିକ୍ରନ ଆକ୍ରାନ୍ତ ୟୁଏଇ ଫେରନ୍ତା ବୋଲି ଜଣାପଡିଛି । ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ବୟସ ୩୧ ବର୍ଷ ହୋଇଥିବା ବେଳେ ତାଙ୍କ ଘର କେନ୍ଦୁଝରରେ ହୋଇଥିବା ନେଇ ସୂଚନା ମିଳିଛି । ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ୟୁଏଇରୁ ଫେରିଥିବା ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ ହେବା ପରେ ତାଙ୍କ ଜିନମ ସିକ୍ୱେନସିଂ କରାଯାଇଥିଲା। ଏଥିରେ ସେ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ତାଙ୍କଠାରେ ସ୍ୱଳ୍ପ ଲକ୍ଷଣ ରହିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କ ବାପା ଓ ମା’ଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି। ସେମାନଙ୍କ ପ୍ରାଥମିକ ରିପୋର୍ଟ ନେଗେଟିଭ୍ ଆସିଛି।ସେମାନେ ନାଇଜେରିଆରୁ ସେମାନଙ୍କ ବାପାମା’ଙ୍କ ସହିତ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ଗତ ୨୧ ତାରିଖରେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Leave A Reply

Your email address will not be published.