ଆସୁଛି ଆଉ ଏକ ଲଘୁଚାପ : ୭ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

0 108

ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସ୍ଥିତିରେ ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ବର୍ତ୍ତମାନ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଯାହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ, ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ ହୋଇଛି । ଏହା ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉପକୂଳ ଓଡିଶା, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ସେହିପରି ଆଗାମୀ ୧୩ ତାରିଖରେ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ମିଳିଛି । ଫଳରେ ପ୍ରତି ବର୍ଷ ପରି ଏହି ବର୍ଷ ମଧ୍ୟ ପାର୍ବଣ ଫିକା ପଡିଯିବାର ସମ୍ଭାବନା ରହିଛି I

Leave A Reply

Your email address will not be published.