ଲଗାଣ ବର୍ଷା ଆଶଙ୍କା: କଟକ ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି ବନ୍ଦ

194

କଟକ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟସାରା ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ୍ ସମେତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତାକାଲି (ଗୋଟିଏ ଦିନ) ପାଇଁ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଓ ଯାତାୟାତରେ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି। ଅଧିକାଂଶ ସ୍ଥାନରେ ଜନଜୀବନ ପ୍ରଭାବିତ ହୋଇଥିବାରୁ, କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

Comments are closed, but trackbacks and pingbacks are open.