୧୨୦ ଶିକ୍ଷକ ପ୍ରଶିକ୍ଷକ ପଦବୀକୁ ଅନୁମୋଦନ

20

ଭୁବନେଶ୍ୱର: ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ୧୨୦ ଶିକ୍ଷକ ପ୍ରଶିକ୍ଷକ ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନୁମୋଦନ ଦେଇଛି । ଏଥିପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍‌ସନ କମିଶନ ଡିସେମ୍ବର ୧୨ରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଡିସେମ୍ବର ୨୦ ତାରିଖରୁ ଅନ୍‌ଲାଇନ୍ ପଞ୍ଜୀକରଣ ଆରମ୍ଭ ହୋଇଛି ଓ ଜାନୁଆରୀ ୧୯ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ । କେବଳ ଅନ୍‌ଲାଇନ୍ ମାଧ୍ୟମରେ ହିଁ ପଞ୍ଜୀକରଣ କରାଯିବ । ଏଥିପାଇଁ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ତିନୋଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ । ପ୍ରାଥମିକ ପରୀକ୍ଷା, ମୁଖ୍ୟ ଲିଖିତ ପରୀକ୍ଷା ପରେ ସାର୍ଟିଫିକେଟ୍ ଯାଞ୍ଚ କରାଯିବ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ପରୀକ୍ଷା କରାଯିବ । କେବଳ ଇଂରାଜୀ ବିଷୟ ବ୍ୟତୀତ ପରୀକ୍ଷା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ତଥ୍ୟ ପରେ ପ୍ରକାଶ କରାଯିବ । ବିଜ୍ଞପ୍ତି ସମ୍ପର୍କିତ ସବିଶେଷ ତଥ୍ୟ ୱେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି ।

Comments are closed, but trackbacks and pingbacks are open.