ଆଜି ରାଜ୍ୟରୁ ୨୧୨ ସଂକ୍ରମିତ ଚିହ୍ନଟ ୨ ମୃତ

23

ଗତ କିଛିଦିନ ପୂର୍ବରୁ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଏଇ ସପ୍ତାହ ରେ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି I ସେହିଭଳି ବର୍ତ୍ତମାନ ରାଜ୍ୟରେ ସ୍କୁଲ ଗୁଡିକ ଖୋଲି ଯାଇଥିବାରୁ କେତେକ ସ୍କୁଲ ରୁ ମଧ୍ୟ ପିଲାମାନେ ସଂକ୍ରମିତ ହେଉଥିବାର ସୂଚନା ମିଳୁଛି I ଆଜି ୨୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩୮୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୭୪୬ ରହିଥିବା ବେଳେ ୨ ହଜାର ୧୯୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୯୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ଦୁଇଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.