ଭୁବନେଶ୍ୱର : ରାଜ୍ୟରେ ପାଗରେ ପରିବର୍ତ୍ତନ । ଗ୍ରୀଷ୍ମପ୍ରବାହରୁ ଆଶ୍ବସ୍ତି ଆଣିଲା କାଳବୈଶାଖୀ ବର୍ଷା । ଗତକାଲି ଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ରେକର୍ଡ ହୋଇଛି । ଗତ ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୧୨୩.୪ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଯୋଡାରେ ୮୪.୫ ମିମି ଓ ସୁନ୍ଦରଗଡ଼ରେ ୭୦.୪ ମିମି ବର୍ଷା ରେକର୍ଡ ହୋଇଛି । ଆଗାମୀ ୨୪ ଘଣ୍ଟାରେ ୬ଜିଲ୍ଲା ମୟୂରଭଞ୍ଜ,କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ବର୍ଷା ଓ ପବନ ପ୍ରବାହରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଉପକୂଳ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ରହିଛି । ୨୪ ତାରିଖ ପରେ ପାଗରେ ପରିବର୍ତ୍ତନ ଘଟିବ ଓ ଦିନ ତାପମାତ୍ରା ପୁଣି ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Comments are closed, but trackbacks and pingbacks are open.