ଉପର ପଡ଼ିଆରେ ହେବ ବାଲିଯାତ୍ରା

137

ଭୁବନେଶ୍ବର: ଉପର ପଡ଼ିଆରେ ହେବ ବାଲିଯାତ୍ରା। ଏ ନେଇ ଅନୁମତି ପ୍ରଦାନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ପ୍ରଶାସନର ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରଶାସନ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଥିଲା। ଶେଷରେ ଏହି ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଥିଲା, ଯାହାକୁ ସର୍ବୋଚ୍ଚ ନ୍ୟାୟାଳୟ ବିଚାର କରି ଉପର ପଡ଼ିଆରେ ବାଲିଯାତ୍ରା ପାଇଁ ଅନୁମତି ଦେଇଛନ୍ତି।

Comments are closed, but trackbacks and pingbacks are open.