ଭୁବନେଶ୍ବର: କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସରକାର ଏହି ଘଟଣାରେ ୪ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ବାଲିଅନ୍ତା ଥାନା ଆଇଆଇସିଙ୍କୁ ବଦଳି କରାଯାଇଛି। ବାଲିଅନ୍ତା ଆଇଆଇସି ଅନୀଲ ପରିଡ଼ା ୟୁପିଡି ଭୁବନେଶ୍ବର ମୁଖ୍ୟାଳୟକୁ ବଦଳି ହୋଇଛନ୍ତି। ଇନ୍ସପେକ୍ଟର ରଶ୍ମିତା ବେହେରାଙ୍କୁ ବାଲିଅନ୍ତା ଥାନା ଦାୟିତ୍ବ ଦିଆଯାଇଛି। ସେହିପରି ଜଣେ ଏସ୍ଆଇ, ଜଣେ ଏଏସ୍ଆଇ, ଜଣେ ଓଏପିଏଫ୍ ଙ୍କୁ ନିଲମ୍ବନ କରାଯାଇଛି। ଜଣେ କନଷ୍ଟେବଲ ଏବଂ ଦୁଇ ଜଣ ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଥିବା ଖବର ମିଳିଛି। ସେପଟେ ଆଜି ଘଟଣାର ଅଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ , ଏସପି ଅନିରୁଦ୍ଧ ରାଉତରାୟଙ୍କ ସହ ମହିଳା ଡିଏସପି ବାଲିଅନ୍ତା ଥାନାରେ ପହଞ୍ଚିଥିଲେ। ତଦନ୍ତ ପାଇଁ ଦୁଇଟି ଟିମ୍ ଗଠନ ହୋଇଛି। ଗୋଟିଏ ଟିମ୍ ଥାନାରେ ପହଞ୍ଚି ଥାନା ଅଧିକାରୀଙ୍କଠାରୁ ତଥ୍ୟ ନେଉଥିବାବେଳେ ଦ୍ବିତୀୟ ଟିମଟି କ୍ରାଇମ୍ ସ୍ପଟରେ ପହଞ୍ଚି ତନାଘନା କରୁଛି।
Comments are closed, but trackbacks and pingbacks are open.