ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

32

ବାଲେଶ୍ୱର : ବାଲେଶ୍ୱର ଉପଜିଲ୍ଲାପାଳଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ। ବାଲି ମାଫିଆଙ୍କ ଚୋରା ବାଲି ଗାଡି ଚେକିଂ ସମୟରେ ଏହି ଆକ୍ରମଣ କରାଯାଇଥିବା ସୂଚନା ମିଳିଛି I ଆଜି ସହଦେବଖୁଣ୍ଟା ଥାନା ଦହପଡ଼ା ନିକଟରେ ଘଟିଛି ଏହି ଘଟଣା।

ଆଜି ବାଲେଶ୍ୱର ଉପଜିଲ୍ଲାପାଳ ଦ୍ୱିପ୍ରହର ସମୟରେ ଏକ ଅବକାରୀ ଗାଡ଼ିରେ ଅତର୍କିତ ଚଢ଼ାଉ ବେଳେ ମାଫିଆ ମାନେ ଇଟା, ବେଲଚା ଆଉ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଉଭୟଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ଉପଜିଲ୍ଲାପାଳଙ୍କ ସହ ତାଙ୍କ ଡ୍ରାଇଭର ଓ ପିଏସ୍‌ଙ୍କୁ ବି ନିସ୍ତୁକ ମାଡ଼ ହୋଇଛି। ଉପଜିଲ୍ଲାପାଳଙ୍କ କାନ୍ଧରେ ଗଭୀର ଆଘାତ ଲାଗିଛି। ଉଭୟ ଉପଜିଲ୍ଲାପାଳ ଓ ଡ୍ରାଇଭର ଆହତ ହୋଇ ବାଲେଶ୍ୱର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେହିପରି ଉପଜିଲ୍ଲାପାଳଙ୍କ ପିଏସ୍‌ଓ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ଏହାପରେ ମାଫିଆ ମନେ ଛତ୍ରଭଙ୍ଗ ହୋଇ ଯାଇଥିବା ବେଳେ ଘଟଣାସ୍ଥଳରୁ ପୋଲିସ ଉପଜିଲ୍ଲାପାଳଙ୍କ ଗାଡି ଓ ଅବକାରୀ ଗାଡ଼ିକୁ ଉଦ୍ଧାର କରିଛି । ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ବାଲେଶ୍ଵର ଏସପି ଓ ଜିଲ୍ଲାପାଳ ପହଞ୍ଚି ଉଭୟଙ୍କୁ ଦେଖା କରିବା ସହ ସ୍ଥିତିକୁ ଅନୁଧ୍ୟାନ କରିଥିଲେ ।ଏହାସହ ଘଟଣାସ୍ଥଳରେ ଏକ ପୋଲିସ ଟିମ୍ ପହଞ୍ଚି ଛାନ ଭିନ ଆରମ୍ଭ କରିଛି । ଆକ୍ରମଣକାରୀଙ୍କୁ ଚିହ୍ନଟ କରି ଖିବ ଶୀଘ୍ର ଗିରଫ କରାଯିବ ବୋଲି ଏସପି କହିଛନ୍ତି I

Comments are closed, but trackbacks and pingbacks are open.