ମହାପ୍ରଭୁଙ୍କ ବନାଲାଗି ନୀତି

22

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ବିଭିନ୍ନ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେଵାୟତ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ବନକଲାଗି ଆରମ୍ଭ ହେବ । ସେପଟେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଅନେକ ଭକ୍ତଙ୍କ ସମାଗମ ହୋଇଥିବାବେଳେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ଅପରାହ୍ନ ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରିଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକ ଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Comments are closed, but trackbacks and pingbacks are open.