ଓଡ଼ିଶାରୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

283

ଏଥର ପୁଣି ଓଡିଶାରୁ ଗଡିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଯାହା ସମସ୍ତଙ୍କ ପାଇଁ ଏକ ଉତ୍ସାହର ବିଷୟ ପାଲଟିଛି । ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଉରକେଲାରୁ ଭୁବନେଶ୍ୱରକୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ତାଳଚେରକୁ ଯୋଡ଼ିବ ଏହି ଟ୍ରେନ । କାମ ପ୍ରାୟ ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

ଚଳିତ ବର୍ଷ ମେ ୧୮ରେ ଓଡ଼ିଶାରେ ଗଡ଼ିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ତାହା ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ରେନ୍‌ଟି ପୁରୀ-ହାୱଡା ମଧ୍ୟରେ ଚଳାଚଳ ଆରମ୍ଭ କରିଥିଲା ।

Comments are closed, but trackbacks and pingbacks are open.