ଭୂପେନ୍ଦ୍ରଭାଇ ପଟେଲ୍ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

26

ଭୂପେନ୍ଦ୍ର ପଟେଲ୍ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ। ରାଜଧାନୀ ଗାନ୍ଧିନଗରସ୍ଥିତ ପାର୍ଟି କାର୍ଯ୍ୟାଳୟ ‘କମଲମ’ରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ର ପଟେଲଙ୍କୁ ବିଧାୟକ ଦଳର ନୂଆ ନେତା ନିର୍ବାଚନ କରାଯାଇଛି। ଏହି ବୈଠକରେ ପ୍ରଦେଶ ବିଜେପି ଅଧ୍ୟକ୍ଷ ସି.ଆର.ପାଟିଲ, କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ, ଉପମୁଖ୍ୟମନ୍ତ୍ରୀ ନିତିନ ପଟେଲ, କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମର, ପ୍ରହ୍ଲାଦ ଯୋଶୀ ଓ ତରୁଣ ଚୁଗ୍ ମଧ୍ୟ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ ଶନିବାର ବିଜୟ ରୁପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ I ଏହା ପରେ ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ଚାଲିଥିଲା କଳ୍ପନାଜଳ୍ପନା I ତାଙ୍କ ନାଁକୁ ଖୋଦ୍ ବିଜୟ ରୂପାଣୀ ହିଁ ପ୍ରସ୍ତାବ ଦେଇଥିଲେ । ତେବେ ଭୂପେନ୍ଦ୍ର ପଟେଲଙ୍କ ପୂର୍ବରୁ ଗୁଜରାଟ ମୁଖ୍ୟମନ୍ତ୍ରୀ ରେସରେ ଅନ୍ୟ କିଛି ନେତା ମଧ୍ୟ ରହିଥିଲେ । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ, ପୁରୁଷୋତ୍ତମ ରୂପାଲା, ନୀତିନ ପଟେଲ, ସିଆର ପାଟିଲ ପ୍ରମୁଖ ମୁଖ୍ୟମନ୍ତ୍ରୀ ଦୌଡରେ ଆଗରେ ରହିଥିଲେ । ହେଲେ ସମସ୍ତଙ୍କୁ ଚମକାଇ ଏବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲଙ୍କ ନାଁ ଆଗକୁ ଆସିଛି । ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ହେବା ନେଇ ସ୍ଥିର ହେବା ପରେ ଏବେ ଗୁଜରାଟ ମନ୍ତ୍ରୀ ମଣ୍ଡଳରେ ମଧ୍ୟ ଅଦଳ ବଦଳ ହେବା ନେଇ ଖବର ମିଳୁଛି ।

ଭୂପେନ୍ଦ୍ରଭାଇ ରଜନୀକାନ୍ତ ପଟେଲ୍ ପେସାରେ ଜଣେ ଇଞ୍ଜିନିୟର ହୋଇଥିବାବେଳେ ସେ ଆନନ୍ଦୀବେନ ପଟେଲଙ୍କ ନିକଟତର ବୋଲି ଚର୍ଚ୍ଚା ହେଉଛି । ସେ ଗୁଜରାଟର ଘାଟଲୋଦିଆ ଆସନରୁ ବିଧାୟକ ଅଛନ୍ତି। ଗତ ୨୦୧୭ ବିଧାନସଭା ନିର୍ବାଚନରେ ଅହମ୍ମଦାବାଦ ଜିଲ୍ଲାର ଘାଟଲୋଦିଆ ଆସନରେ କଂଗ୍ରେସର ଶଶୀକାନ୍ତ ବାସୁଦେବଭାଇ ପଟେଲଙ୍କୁ ହରାଇଥିଲେ। ସେପଟେ ଦେଖାଯାଇଛିଯେ ଭୂପେନ୍ଦ୍ରଭାଇ ପଟେଲ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟ ଘନିଷ୍ଠ ବୋଲି ଜଣାଯାଏ । ଭୂପେନ୍ଦ୍ର ପଟେଲ ପଟିଦାର ସମ୍ପ୍ରଦାୟରୁ ଆସୁଛନ୍ତି । ପଟିଦାର ସମ୍ପ୍ରଦାୟ ସହିତ ବିଜେପିର ଭଲ ସମ୍ପର୍କ ନଥିବାରୁ, ତାଙ୍କୁ ମୁଖ୍ୟମନ୍ତ୍ରୀ ବନେଇ ଦଳ ପଟିଦାର ସମ୍ପ୍ରଦାୟର ଭୋଟ୍ ହାତେଇବାକୁ ମଧ୍ୟ ଲକ୍ଷ୍ୟ ରଖିଛି । ସେ ଅହମ୍ମଦାବାଦ ସହରାଞ୍ଚଳ ଉନ୍ନୟନ କର୍ତ୍ତୃପକ୍ଷ (AUDA)ର ଚେୟାରମ୍ୟାନ୍ ଥିଲେ।

ଗୁଜରାଟରେ ଆସନ୍ତାବର୍ଷ ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବ। ଆଉ ଏହା ପୂର୍ବରୁ ରୁପାଣୀଙ୍କ ଇସ୍ତଫା ଦେବା ନିଷ୍ପତ୍ତିକୁ ଅନେକ ଦୃଷ୍ଟିକୋଣରୁ ମହତ୍ତ୍ୱପୂର୍ଣ୍ଣ କୁହାଯାଉଛି। ମିଳିଥିବା ସୂଚନା ମୁତାବକ, ବିଜେପି ଗୁଜରାଟରେ ଏବେ ନୂଆ ନେତୃତ୍ୱରେ ନିର୍ବାଚନ ଲଢ଼ିବାକୁ ଚାହୁଁଛି।

-ADVERTISEMENT-

ଗୁଜରାଟରେ ଆସନ୍ତାବର୍ଷ ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବ। ଆଉ ଏହା ପୂର୍ବରୁ ରୁପାଣୀଙ୍କ ଇସ୍ତଫା ଦେବା ନିଷ୍ପତ୍ତିକୁ ଅନେକ ଦୃଷ୍ଟିକୋଣରୁ ମହତ୍ତ୍ୱପୂର୍ଣ୍ଣ କୁହାଯାଉଛି। ମିଳିଥିବା ସୂଚନା ମୁତାବକ, ବିଜେପି ଗୁଜରାଟରେ ଏବେ ନୂଆ ନେତୃତ୍ୱରେ ନିର୍ବାଚନ ଲଢ଼ିବାକୁ ଚାହୁଁଛି।

ଗତ କିଛି ମାସ ଧରି ବିଜେପି କିଛି ରାଜ୍ୟରେ ମୁଖ୍ୟମନ୍ତ୍ରୀ ଅଦଳବଦଳ କରୁଛି। ପ୍ରଥମେ ଦୁଇଥର ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀଙ୍କୁ ବଦଳା ଯାଇଥିଲା। ନିକଟରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ବିଏସ୍ ୟେଦୁରପ୍ପାଙ୍କୁ ଇସ୍ତଫା ଦେବାକୁ ପଡ଼ିଥିଲା। ଉତ୍ତରାଖଣ୍ଡର ତୀରଥ ସିଂହ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ବିଜେପିର କେନ୍ଦ୍ରୀୟ ନେତୃତ୍ୱ ପୁଷ୍କର ସିଂହ ଧାମୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରିଥିଲା। ଉତ୍ତରାଖଣ୍ଡରେ ମଧ୍ୟ ଆସନ୍ତାବର୍ଷ ବିଧାନସଭା ନିର୍ବାଚନ ହେବ। କର୍ଣ୍ଣାଟକରେ ପାର୍ଟି ୟେଦୁରପ୍ପାଙ୍କ ସ୍ଥାନରେ ବସବରାଜ ବୋମ୍ମଇଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା। ସେହିପରି ଆସାମରୁ ସର୍ବାନନ୍ଦ ସୋନୋୱାଲ ମଧ୍ୟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

Leave A Reply

Your email address will not be published.