ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ବଡ ଝଟକା

436

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ବଡ ଝଟକା। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ।

ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ହାଇକୋର୍ଟରେ ଏହି ଅଭିଯୋଗ ପ୍ରମାଣିତ ହୋଇଛି। କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି। ନିର୍ବାଚନ ସମୟରେ ସତ୍ୟପାଠ ନିୟମ ମୂତାବକ ଦେଇନଥିବା ଏବଂ ଅନେକ ତଥ୍ୟ ଲୁଚାଇଥିବା ନେଇ କୋର୍ଟ କହିଛନ୍ତି। ମିଥ୍ୟା ସତ୍ୟପାଠ ନେଇ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। 

୨୦୧୯ରେ ପ୍ରତିଦ୍ୱନ୍ଦ୍ୱୀ ଥିବା ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ନାମାଙ୍କନ ପତ୍ରରେ ଭୁଲ ଥିବା ଦର୍ଶାଇ ଅଭିଯୋଗ କରିଥିଲେ । ନିର୍ବାଚନ ସତ୍ୟପାଠରେ ଅନିୟମିତତା ଥିବା ନେଇ ଅଭିଯୋଗ ଆଣିଥିଲେ ଦେବାଶିଷ ।

ଯାହାର ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରାଯାଇଥିଲା । ଯାହାର ଶୁଣାଣି କରି ଆଜି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ।

Comments are closed, but trackbacks and pingbacks are open.