ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ

139

ବ୍ରହ୍ମପୁର: ପୂର୍ବତନ ଅନ୍ତର୍ଜାତୀୟ ଭାରତ୍ତୋଳନକାରୀ ବିଜୟ କୁମାର ଶତପଥୀଙ୍କ ପରଲୋକ । ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା କଥା ପରିବାର ଲୋକ କହିଛନ୍ତି ।

ବିଜୟ କୁମାର ଶତପଥୀ ୮୦ ଦଶକରେ ଜଣେ ପ୍ରଖ୍ୟାତ ଭାରୋତ୍ତଳନକାରୀ ଥିଲେ । ସେ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ଯ୍ୟନ୍ତ ଭାରୋତ୍ତଳନରେ ୫ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ। ବିଜୟ କୁମାର ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପୁରୁଷ ବାଣ୍ଟାମୱେଟ୍ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ । ସେ ୧୯୮୧ ମିନି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ, ୧୯୮୨ ବ୍ରିସବେନରେ , ରୌପ୍ୟ ଏବଂ ୧୯୮୩ ଏସୀୟ ଭାରୋତ୍ତଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ।୧୯୮୨ ମସିହା ଅଗଷ୍ଟ ୨୯ ତାରିଖରେ ତତ୍କାଳୀନ ରାଷ୍ଟ୍ରପତି ଜ୍ଞାନୀ ଜେଲ ସିଂହଙ୍କ ଦ୍ୱାରା ସତପଥୀଙ୍କୁ ସମ୍ମାନଜନକ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ବିଜୟ କୁମାରଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ବିୟୋଗରେ କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, ” ବିଜୟ ଶତପଥିଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ।

Comments are closed, but trackbacks and pingbacks are open.