ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ହେବ – ଧର୍ମେନ୍ଦ୍ର ପ୍ରଧାନ

32

ସିଙ୍ଗାପୁର,ଅକ୍ଟୋବର ୨୧ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସିଙ୍ଗାପୁର ଗସ୍ତ I ସେଠାରେ ଆଜି ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ଭେଟି ଭାରତ ଓ ସିଙ୍ଗାପୁର ମଧ୍ୟରେ ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା ଉପରେ ଫଳପ୍ରଦ ଆଲୋଚନା କରିଛନ୍ତି । ପ୍ରତିଭା, ସମ୍ବଳ ଓ ମାର୍କେଟ୍ ଭଳି ତିନୋଟି ପ୍ରମୁଖ ସ୍ତମ୍ଭ ମାଧ୍ୟମରେ ଦୁଇ ଦେଶର ଭାଗିଦାରୀକୁ ସୁଦୃଢ଼ କରିବା ଉପରେ ଉଭୟ ମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି ।

ବିଶେଷଭାବ ଡିପଟେକ୍, ଷ୍ଟାର୍ଟଅପ୍ ଏବଂ ଇନୋଭେସନ ପରିସଂସ୍ଥାନକୁ ଆଗକୁ ବଢ଼ାଇବାରେ ସିଙ୍ଗାପୁରକୁ ଏକ ବିଶ୍ୱସନୀୟ ଜ୍ଞାନ ସହଯୋଗୀ ରାଷ୍ଟ୍ର ଭାବରେ ଦେଖୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଭାରତ-ସିଙ୍ଗାପୁର ସମ୍ପର୍କକୁ ଏକ ବ୍ୟାପକ କରିବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ୱଙ୍ଗ ଏକ ସୁଦୃଢ଼ ଢାଞ୍ଚା ପ୍ରସ୍ତୁତ କରିଛନ୍ତି। ସେହିପରି ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ତଥା ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଜିଏଏନ୍ କିମ୍ ୟୋଙ୍ଗଙ୍କୁ ସାକ୍ଷାତ କରି ଶ୍ରୀ ପ୍ରଧାନ ଭବିଷ୍ୟତ ପିଢ଼ିର ସହଭାଗିତା ସୃଷ୍ଟି କରିବା ପାଇଁ ସହଯୋଗ ଉପରେ ଆଲୋଚନା କରିଥିଲେ ।

ଏହା ପୂର୍ବରୁ ଶ୍ରୀ ପ୍ରଧାନ ସିଙ୍ଗାପୁରର ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂଙ୍କୁ ଭେଟି ଶିକ୍ଷାର ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ । ଭାରତର ଶିକ୍ଷା ବ୍ୟବସ୍ଥାର ଅନ୍ତର୍ଜାତୀୟକରଣ ପାଇଁ ଜାତୀୟ ଶିକ୍ଷା ନୀତିର ଗୁରୁତ୍ୱ ଉପରେ ଚର୍ଚ୍ଚା କରିଥିଲେ । ଦୁଇ ମନ୍ତ୍ରୀ ଓଭରସିଜ୍ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ, ଯାହା ଦ୍ୱାରା ଭାରତୀୟ ଛାତ୍ରଛାତ୍ରୀମାନେ ସିଙ୍ଗାପୁର କମ୍ପାନୀରେ ବ୍ୟବହାରିକ ଅଭିଜ୍ଞତା ହାସଲ କରିପାରିବେ । ଉଭୟ ଦେଶର ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଂସ୍କୃତିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତରେ ସିଙ୍ଗାପୁର ସ୍କୁଲ ଏବଂ ସିଙ୍ଗାପୁରରେ ଭାରତର ସ୍କୁଲ ଖୋଲିବାର ସମ୍ଭାବନା ଉପରେ ଆଲୋଚନା ହୋଇଥିଲା ।।

ଏହାବ୍ୟତିତ ଶ୍ରୀ ପ୍ରଧାନ ସିଙ୍ଗାପୁରର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟି ଭାରତ-ସିଙ୍ଗାପୁର ଜ୍ଞାନ ଭାଗିଦାରୀକୁ ସୁଦୃଢ଼ କରିବା ଉପରେ ଆଲୋଚନା କରିଥିଲେ ।

ଏହା ସହ ଶ୍ରୀ ପ୍ରଧାନ ସିଙ୍ଗାପୁର ନ୍ୟାସନାଲ ୟୁନିଭର୍ସିଟି ପରିଦର୍ଶନ କରିବା ସହ ବିଶ୍ୱବିଦ୍ୟାଳୟର ପ୍ରେସିଡେଣ୍ଟ୍ ପ୍ରଫେସର ଟାନ୍ ଇଙ୍ଗ୍ ଚି ଙ୍କୁ ଭେଟି ଜ୍ଞାନ, ଶୈକ୍ଷିକ ଏବଂ ଗବେଷଣା ,ଷ୍ଟାର୍ଟଅପ୍, ସ୍ୱାସ୍ଥ୍ୟସେବା, ଅତ୍ୟାଧୁନିକ ସାମଗ୍ରୀ, ଡିଜିଟାଲାଇଜେସନ୍ ଏବଂ ଭାରତୀୟ ଉଚ୍ଚଶିକ୍ଷାନୁଷ୍ଠାନ ମିଳିତ ଉଦ୍ୟମରେ ସହଯୋଗ କରିପାରିବେ ବୋଲି ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ ।

ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ‘ଭବିଷ୍ୟତର ବିଦ୍ୟାଳୟ’ ନିର୍ମାଣ ଦିଗରେ ଜାଣିବା ପାଇଁ ହ୍ୱା ଚୋଙ୍ଗ୍ ଇଣ୍ଟରନ୍ୟାସନାଲ ସ୍କୁଲ ପରିଦର୍ଶନ କରିଥିଲେ ।

Comments are closed, but trackbacks and pingbacks are open.