ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ୧୯୯୩ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀଙ୍କୁ ଓଡ଼ିଶାର ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ଯ୍ୟରତ ଶ୍ରୀ ମିଶ୍ରଙ୍କୁ ଡିଜିପି ପଦର ଅତିରିକ୍ତ ଦାୟିତ୍ୱ ହସ୍ତାନ୍ତର ନେଇ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଆସନ୍ତା ୧୬ ତାରିଖରେ ବର୍ତ୍ତମାନର ଡିଜିପି ୱାଇ. ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ, ତାଙ୍କ ପରେ ଶ୍ରୀ ମିଶ୍ର ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବେ। ତାଙ୍କର ଦୀର୍ଘ ଦିନର ପ୍ରଶାସନିକ ଓ ପୁଲିସ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।
Comments are closed, but trackbacks and pingbacks are open.