ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ର ସମୀକ୍ଷା କଲେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ

107

ପୁରୀ: ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣୀରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି । ଖବର ପାଇବା କ୍ଷଣି ରାଜ୍ୟ ସରକାର ଏହି ରୋଗ କିପରି ଅନ୍ୟ ଅଞ୍ଚଳକୁ ବ୍ୟାପିବ ନାହିଁ ଓ ରୋଗର ନିରାକରଣ ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ରବିବାର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ଅଞ୍ଚଳକୁ ଗସ୍ତ କରି ରୋଗ ଲାଗିଥିବା ଅଞ୍ଚଳର ସ୍ଥିତି ସମୀକ୍ଷା କରିଛନ୍ତି । ଗୋକୁଳାନନ୍ଦ ମଲ୍ଲିକ ରୋଗ ନିୟନ୍ତ୍ରଣ ବିଷୟରେ ସମୀକ୍ଷା କରି କ୍ଷେତ୍ର ଅଧିକାରୀ ଓ ଜିଲ୍ଲା ପ୍ରଶାସନକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ଗଣମାଧ୍ୟମକୁ କହିଛନ୍ତି ଯେ, ରୋଗ ଲାଗିଥିବା ଅଞ୍ଚଳରେ କୁକୁଡ଼ା ମରା, ବିଶୋଧନ, ପରିଷ୍କାର ପରିଚ୍ଛନ୍ନତା ଓ ରୋଗ ନିୟନ୍ତ୍ରଣ ପାଇଁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ତରଫରୁ ୭ ଗୋଟି ରାପିଡ ରେସପନ୍ସ ଦଳ ଗଠନ କରାଯାଇଛି। ୧୨ ଜୁଲାଇ ୨୦୨୫ ଠାରୁ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି। ଏଥିପାଇଁ ରାପିଡ ରେସପନ୍ସ ଦଳ ଗୁଡିକୁ ସ୍ଵତନ୍ତ୍ର ତାଲିମ ପ୍ରଦାନ କରାଯାଇଛି ଏବଂ ବିଶେଷଜ୍ଞ ପ୍ରାଣୀଚିକିତ୍ସକ ମାନେ ଏହାର ତଦାରଖ କରୁଛନ୍ତି l

Comments are closed, but trackbacks and pingbacks are open.