ବିଜେଡି ଛାଡ଼ିଲେ ପୂର୍ବତନ ବାଲେଶ୍ଵର ସାଂସଦ ରବୀନ୍ଦ୍ର ଜେନା

32

ଭୁବନେଶ୍ୱର: ବାଲେଶ୍ୱରର ପୂର୍ବତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ପତ୍ରରେ ସେ ଲେଖିଛନ୍ତି , “ସମ୍ମାନର ସହିତ, ମୁଁ ରବୀନ୍ଦ୍ର କୁମାର ଜେନା, ପୂର୍ବତନ ଏମପି ତଥା ପୂର୍ବତନ ଜିଲ୍ଲା ସଭାପତି, ବିଜେଡ଼ି, ବାଲେଶ୍ବର ଆଜି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ପଦରୁ ମୋର ଇସ୍ତଫା ପତ୍ର ପ୍ରଦାନ କରୁଛି। ମୁଁ ଦୀର୍ଘ ବର୍ଷ ଧରି ବିଜୁ ଜନତା ଦଳର ଜଣେ ଶୃଙ୍ଖଳିତ ସଦସ୍ୟ ଭାବେ ରହି ଦଳର ସଙ୍ଗଠନକୁ ସୁଦୃଢ଼ କରିବା ସହ ବାଲେଶ୍ବରବାସୀଙ୍କ ସେବା କରିଆସିଛି, କିନ୍ତୁ କେତେକ ବ୍ୟକ୍ତିଗତ କାରଣ ଏବଂ ପରିସ୍ଥିତି ନିମନ୍ତେ ମୁଁ ଦଳରୁ ଅଲଗା ହେବାକୁ କଠିନ ନିଷ୍ପତ୍ତି ନେଇଛି । ଦଳ ସହିତ ମୋର ଦୀର୍ଘ ଦିନର ସମ୍ପର୍କ ମୋ ପାଇଁ ଏକ ସ୍ମରଣୀୟ ଯାତ୍ରା ହୋଇ ରହିବ । ଏହି ସମ ସମୟ ମଧ୍ୟରେ ମୋତେ ମିଳିଥିବା ସମସ୍ତ ସ‌ହଯୋଗ, ସମ୍ମାନ ଏବଂ ସୁଯୋଗ ପାଇଁ ମୁଁ ରାଜ୍ୟ ନେତୃବୃନ୍ଦ, ମୋର ସହକର୍ମୀ ଏବଂ ବଂ ବାଲେଶ୍ବର ଜିଲ୍ଲାର ସମସ୍ତ ଦଳୀୟ କର୍ମକର୍ତ୍ତାଙ୍କ ନିକଟରେ ମୋର ଗଭୀର କୃତଜ୍ଞତା ପ୍ରକାଶ କରୁଛି। ଶେଷରେ, ଆପଣଙ୍କୁ ବିନୀତ ଅନୁରୋଧ କରୁଛି କି, ମୋର ଏହି ଇସ୍ତଫା ପତ୍ରକୁ ଗ୍ରହଣ କରି ମୋତେ ଦଳର ସମସ୍ତ ଦାୟିତ୍ୱରୁ ତୁରନ୍ତ ଅବ୍ୟା ବ୍ୟାହତି ପ୍ରଦାନ କରନ୍ତୁ।

Comments are closed, but trackbacks and pingbacks are open.