ଆସନ୍ତା ୧୦ ତାରିଖରେ ବିଜେଡି ଡାକିଛି ବଡ଼ ବୈଠକ

22

ଭୁବନେଶ୍ୱର: ଆସନ୍ତା ୧୦ରେ ବିଜୁ ଜନତା ଦଳ ଡାକିଛି ବଡ଼ ବୈଠକ । ଏହି ବୈଠକରେ ସମସ୍ତ ନେତାଙ୍କୁ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି । ଏନେଇ ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ ଜାରି କରାଯାଇଛି । ପ୍ରେସ ରିଲିଜ୍ ରେ କୁହାଯାଇଛି ଯେ, ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ସମୟରେ ରାଜ୍ୟ ବିଜେଡି କାର୍ଯ୍ୟାଳୟ, ଶଙ୍ଖଭବନରେ ଏକ ବୈଠକ ବସିବାକୁ ଯାଉଛି । ଯେଉଁଥିରେ ଗତ ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀ କିମ୍ବା ପ୍ରାର୍ଥିନୀ ଭାବେ ଲଢିଥିବା ନେତାମାନଙ୍କୁ ଡକାଯାଇଛି । ଏହି ବୈଠକରେ ଦଳୀୟ ସଭାପତି ସମସ୍ତ ନେତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଏବଂ ବିଚାରବିମର୍ଶ କରିବେ । ସେହିପରି ପୂର୍ବରୁ ଦଳ ତରଫକୁ ଦିଆଯାଇଥିବା SIR ସଂପର୍କୀତ କାର୍ଯ୍ୟକ୍ରମର ଅନୁପାଳନ, ବ୍ଲକ ଓ ପୌରାଞ୍ଚଳରେ ସାଂଗଠନିକ କମିଟି ଗଠନ ଓ ନିଆଯାଇଥିବା ଦଳୀୟ କାର୍ଯ୍ୟକ୍ରମ ସଂପର୍କରେ ତଥ୍ୟ ପ୍ରଦାନ କରିବେ । ଏହି ବୈଠକରେ ଦଳୀୟ ନେତାମାନେ ସିଧା ସଭାପତିଙ୍କ ସହ କୌଣସି ବି ପ୍ରସଙ୍ଗରେ ଆଲୋଚନା କରିପାରିବେ । ସେହିପରି ପୂର୍ବରୁ ଦଳ ତରଫକୁ ଦିଆଯାଇଥିବା SIR ସଂପର୍କୀତ କାର୍ଯ୍ୟକ୍ରମର ଅନୁପାଳନ, ବ୍ଲକ ଓ ପୌରାଞ୍ଚଳରେ ସାଂଗଠନିକ କମିଟି ଗଠନ ଓ ନିଆଯାଇଥିବା ଦଳୀୟ କାର୍ଯ୍ୟକ୍ରମ ସଂପର୍କରେ ତଥ୍ୟ ପ୍ରଦାନ କରିବେ । ଏହି ବୈଠକରେ ଦଳୀୟ ନେତାମାନେ ସିଧା ସଭାପତିଙ୍କ ସହ କୌଣସି ବି ପ୍ରସଙ୍ଗରେ ଆଲୋଚନା କରିପାରିବେ ।

Comments are closed, but trackbacks and pingbacks are open.