ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆପଡାରେ ପ୍ରାର୍ଥୀ କଲା ବିଜେଡି

1,181

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ଆଜି ପ୍ରାର୍ଥୀ ଘୋଷଣା କରିଛି । ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ଅନୁଷ୍ଠିତ ହୋଇଥିବା ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି।

ସେହିପରି ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା । ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି ।

Comments are closed, but trackbacks and pingbacks are open.