ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ବେଲ୍

178

ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜାମିନ ଆବେଦନ ଶୁଣାଣୀ କରି ଜାମିନ ଦେଇଛନ୍ତି କୋର୍ଟ । ଜଣେ ଜାମିନ୍‌ଦାର ଓ ୩୦ ହଜାର ଟଙ୍କା ବଦଳରେ ମିଳିଛି ଜାମିନ୍ । ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିଛି ।

ସୂଚନା ଥାଉକି, ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୋଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା । ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୋଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ୍‌ଯନ୍ତ୍ର ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା । ଏହା ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ୍‌ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଥିଲେ ଜଗନ୍ନାଥ ପ୍ରଧାନ ।

Comments are closed, but trackbacks and pingbacks are open.