ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତାଙ୍କୁ ଛୁରୀଭୁସି ହତ୍ୟା

8

କଳାହାଣ୍ଡି: ମଦନପୁର ରାମପୁର ବ୍ଲକ୍ ଅନ୍ତର୍ଗତ ଡମକରଲା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରଯାଇଛି lଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ମୃତ ଫକୀର ରଣା ହେଉଛନ୍ତି ସ୍ଥାନୀୟ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ। ସୂଚନା ଅନୁଯାୟୀ , ଫକୀର ରଣା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ କିଛି ବ୍ୟକ୍ତି ତାଙ୍କୁ ଛୁରୀରେ ଆକ୍ରମଣ କରିଥିଲେ।ପ୍ରଚୁର ରକ୍ତସ୍ରାବ ଯୋଗୁଁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଆକ୍ରମଣ ପରେ ଅଭିଯୁକ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ । ଖବର ପାଇ ମଦନପୁର-ରାମପୁର ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ଏହା ସହିତ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଯାଇଛି l

Comments are closed, but trackbacks and pingbacks are open.