ବ୍ୟାସନଗର କଲେଜରେ ବୋମାମାଡ଼; ଛାତ୍ର ନିର୍ବାଚନ ପୂର୍ବରୁ ଅଶାନ୍ତ କ୍ୟାମ୍ପସ୍‌

38

ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରିନ୍ସପାଲଙ୍କ ବାସଭବନ ଓ ଛାତ୍ରାବାସରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ ତ୍ରିପାଠୀ ଓ ଛାତ୍ରଙ୍କ କହିବା ଅନୁସାରେ, ଆଜି ଭୋର ୩.୨୦ ମିନିଟ ସମୟରେ ପ୍ରଥମେ ବ୍ୟାସନଗର ସ୍ୱୟଂ ଶାସିତ ମହାବିଦ୍ୟାଳୟର ପ୍ରିନ୍ସପାଲଙ୍କ ବାସଭବନ ଆଗରେ ହଠାତ ବୋମା ଫୁଟିବାର ଶବ୍ଦ ଆସିଥିଲା l ଏହା ପରେ ଅଧ୍ୟକ୍ଷ ଅକ୍ଷୟ ତ୍ରିପାଠୀ ଘର ବାହାରକୁ ଆସି ଦେଖିଲା ବେଳକୁ ସମ୍ପୂର୍ଣ୍ଣ ପରିବେଶ ଧୂଆଁ ହେଇଯାଇଥିଲା l ଏହାପରେ ଅଧ୍ୟକ୍ଷ ଭୟଭୀତ ହେଇ ସାଥି ଅଧ୍ୟାପକଙ୍କୁ ଫୋନ ଯୋଗେ ଡାକି ଥିଲେ l ଏଥିସହିତ କିଛି ସମୟରେ ମହାବିଦ୍ୟାଳୟ ପରିସରରେ ଥିବା ପଠାଣି ସାମନ୍ତ ଛାତ୍ର ନିବାସ ଆଗରେ ୩ ରୁ ୪ଟି ବୋମା ଫୁଟିଥିଲା l ଅଧ୍ୟକ୍ଷ ଏହି ଖବରକୁ ତୁରନ୍ତ ଯାଜପୁର ରୋଡ ପୋଲିସକୁ ଜଣାଇ ଥିଲେ | ଖବର ପାଇ ଯାଜପୁର ରୋଡ ଥାନା ଅଧିକାରୀ ଆଶିଷ କୁମାର ସାହୁ ଘଟଣା ସ୍ଥଳରେ ପହଞ୍ଚି ଅଫୁଟା ବୋମା ଗୁଡିକୁ ଜବତ କରିଥିଲେ l ଏଥିସହିତ ଘଟଣା ତଦନ୍ତ ଆରମ୍ଭ କରିଛନ୍ତି l ଆସନ୍ତାକାଲି ଛାତ୍ର ନିର୍ବାଚନ ପାଇଁ ନାମାଙ୍କନ ପାତ୍ର ଦାଖଲ ରହିଛି l ଏହାପୂର୍ବରୁ ମହାବିଦ୍ୟାଳୟ ପରିସରରେ ବୋମା ମାଡ଼ ଘଟଣାକୁ ନେଇ ଛାତ୍ରଛାତ୍ରୀ ଭୟଭିତ ଥିବା ବେଳେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଦାବି କରିଛନ୍ତି | ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜି ଏପରି ପରିସ୍ଥିତି ଦେଖିବାକୁ ମିଳିଛି ।

Comments are closed, but trackbacks and pingbacks are open.