ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

21

ଆଜି ଅପରାହ୍ନ ୧ ବେଳେ ବାଲେଶ୍ବର ର ସୋରୋ ଠାରେ ଘଟିଥିବା ‘ଶାନ୍ତିଲତା’ନାମ୍ନୀ ଘରୋଇ ବସ୍ ଦୁର୍ଘଟଣାରେ ୭ ଜଣ ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାନୁସIରେ ଯେ ବସ୍ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବସ ଟି ସୋରୋ ବିଦୁ ଛକ ନିକଟରେ ଛିଡା ହୋଇ ଯାତ୍ରୀ ମାନଙ୍କୁ ଓହ୍ଲାଉ ଥିବାବେଳେ ,ପଛପଟୁ ଏକ କୋଇଲା ବୋଝେଇ ଟ୍ରକ୍ ସହ ଧକ୍କା ହୋଇ ଖାଲ ଭିତରକୁ ଓଲଟି ପଡ଼ିବା ଫଳରେ୧ ଜଣେ ଏକ ବର୍ଷର ଶିଶୁ ଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିଲା । ଏଥିରେ ୮ ଜଣ ଲୋକ ଗୁରୁତର ହୋଇଥିବା ବେଳେ ୧୦-୧୫ ଜଣ ଲୋକ ଆହତ ହୋଇଛନ୍ତି ।ଦମକଳ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା ।

Leave A Reply

Your email address will not be published.