ବସ୍-ଅଟୋ ମୁହାଁମୁହିଁ ଧକ୍କା, ୨ ଶିଶୁଙ୍କ ସମେତ ୬ ମୃତ, ୪ ଗୁରୁତର

25

ଭୁବନେଶ୍ବର: ଆଜି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଲଡ଼କାପଲ୍ଲୀ ଛକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ନାବାଳିକାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ (ନାବାଳିକା) ରହିଛନ୍ତି। ବର ପାଇ ପୁରୁଷୋତ୍ତମପୁର ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଓ ମୃତକମାନଙ୍କୁ ଉଦ୍ଧାର କରିଥିଲେ। ୪ ଜଣ ଗୁରୁତର ଆହତଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି (MKCG) ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

Comments are closed, but trackbacks and pingbacks are open.