‘‘ପ୍ରଧାନମନ୍ତ୍ରୀ ଜୀ-ବନ୍‌ ଯୋଜନା’’ରେ ସଂଶୋଧନକୁ କ୍ୟାବିନେଟ୍‌ ମଞ୍ଜୁରୀ

99

ନୂଆଦିଲ୍ଲୀ: ଜୈବ ଇନ୍ଧନ କ୍ଷେତ୍ରରେ ସଦ୍ୟତମ ବିକାଶ ସହିତ ତାଳମେଳ ରକ୍ଷା କରିବା ଏବଂ ଅଧିକ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଜି ସଂଶୋଧିତ ପ୍ରଧାନମନ୍ତ୍ରୀ ଜୀ-ବନ ଯୋଜନାକୁ ଅନୁମୋଦନ କରାଯାଇଛି। ସଂଶୋଧିତ ପ୍ରସ୍ତାବରେ ଏହି ଯୋଜନାକୁ ୫ ବର୍ଷ ଅର୍ଥାତ୍ ୨୦୨୮-୨୯ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରିବାର ସମୟସୀମା ବୃଦ୍ଧି କରାଯାଇଛି ଏବଂ ଏହାର ପରିସରରେ ଲିଗ୍ନୋସେଲୁଲୋସିକ୍ ଫିଡଷ୍ଟକ୍ ରୁ ଉତ୍ପାଦିତ ଉନ୍ନତ ଜୈବ ଇନ୍ଧନ ଯଥା କୃଷି ଓ ଜଙ୍ଗଲ ବର୍ଜ୍ୟ, ଶିଳ୍ପ ବର୍ଜ୍ୟବସ୍ତୁ, ସିନ୍ଥେସିସ୍ (ସିନ୍) ଗ୍ୟାସ୍, ଶୈବାଳ ଇତ୍ୟାଦିକୁ ଅନ୍ତର୍ଭୁକ୍ତ କରାଯାଇଛି। ‘‘ବୋଲ୍ଟ ଅନ୍’’ ପ୍ଲାଣ୍ଟ ଏବଂ ‘‘ବ୍ରାଉନଫିଲ୍ଡ ପ୍ରୋଜେକ୍ଟ’’ ମଧ୍ୟ ବର୍ତ୍ତମାନ ସେମାନଙ୍କ ଅଭିଜ୍ଞତାକୁ ଉପଯୋଗ କରିବା ଓ ନିଜ ସାମର୍ଥ୍ୟରେ ଉନ୍ନତି ଆଣିବା ପାଇଁ ଯୋଗ୍ୟ ହେବେ । ଏକାଧିକ ଜ୍ଞାନକୌଶଳ ଏବଂ ଏକାଧିକ ଫିଡଷ୍ଟକକୁ ପ୍ରୋତ୍ସାହିତ କରିବା ପାଇଁ, ବର୍ତ୍ତମାନ ଏହି କ୍ଷେତ୍ରରେ ନୂତନ ଜ୍ଞାନକୌଶଳ ଓ ଅଭିନବତା ରହିଥିବା ପ୍ରକଳ୍ପ ପ୍ରସ୍ତାବଗୁଡ଼ିକୁ ପ୍ରାଥମିକତା ଦିଆଯିବ । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି କୃଷକମାନଙ୍କୁ ସେମାନଙ୍କ କୃଷି ବର୍ଜ୍ୟ ସାମଗ୍ରୀ ପାଇଁ ଲାଭଦାୟକ ଆୟ ପ୍ରଦାନ କରିବା, ପରିବେଶ ପ୍ରଦୂଷଣର ମୁକାବିଲା କରିବା, ସ୍ଥାନୀୟ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଭାରତର ଇନ୍ଧନ ସୁରକ୍ଷା ଓ ଆତ୍ମନିର୍ଭରଶୀଳତାରେ ଯୋଗଦାନ କରିବା । ଏହା ଉନ୍ନତ ଜୈବ ଇନ୍ଧନ ପ୍ରଯୁକ୍ତିଗତ ବିକାଶକୁ ସମର୍ଥନ କରିବା ସହିତ ମେକ୍ ଇନ୍ ଇଣ୍ଡିଆ ମିଶନକୁ ପ୍ରୋତ୍ସାହିତ କରେ । ଏହା ୨୦୭୦ ସୁଦ୍ଧା ଶୁଦ୍ଧ-ଶୂନ୍ୟ ଜିଏଚଜି ନିର୍ଗମନ ପାଇଁ ଭାରତର ମହତ୍ୱାକାଂକ୍ଷୀ ଲକ୍ଷ୍ୟ ହାସଲ କରିବାରେ ମଧ୍ୟ ସହାୟକ ହେବ । ପ୍ରଧାନମନ୍ତ୍ରୀ ଜୀ-ବନ୍‌ ଯୋଜନା ମାଧ୍ୟମରେ ଉନ୍ନତ ଜୈବ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତା ଏକ ସ୍ଥାୟୀ ଏବଂ ଆତ୍ମନିର୍ଭରଶୀଳ ଶକ୍ତି କ୍ଷେତ୍ର ପ୍ରତି ରହିଥିବା ସମର୍ପଣକୁ ପ୍ରତିଫଳିତ କରେ ।

Comments are closed, but trackbacks and pingbacks are open.