ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲର ଜାରି କରିଛି CBSE

76

ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଳର ଜାରି କରିଛି CBSE ।

ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା । ଏବେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଓ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ  ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହାଦ୍ୱାରା ଛାତ୍ରଛାତ୍ରୀ ଭଲ ଭାବେ ପାଠକୁ ବୁଝିପାରିବେ । ଏନେଇ କୌଣସି ଛାତ୍ରଛାତ୍ରୀଙ୍କୁ ବାଧ୍ୟ କରାଯିବନି । ଯିଏ ଚାହିଁବ, ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବ । ସ୍କୁଲ ଗୁଡ଼ିକ ଧୀରେ ଧୀରେ ଏ ବ୍ୟବସ୍ଥାକୁ ଆପଣେଇବେ । ଯାହା ଦ୍ୱାରା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳ ହେବ।

Comments are closed, but trackbacks and pingbacks are open.