ଜାନୁଆରୀ ୧୧ ରୁ ୧ ୪ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା :ଆଞ୍ଚଳିକ ପାଣିପାଗ ବିଭାଗ

0 12

ଆସନ୍ତା ୧୧ରୁ ୧୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୧୧ ତାରିଖ ପାଇଁ ପଶ୍ଚିମ ଓଡିଶାର ବରଗଡ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁସାରେ ପଶ୍ଚିମା ଝଡର ଆଗମନ ଓ ପୂର୍ବ ଦିଗରେ ବଙ୍ଗୋପସାଗରରୁ ଓଡଶାକୁ ପ୍ରବଳ ମାତ୍ରାରେ ଉଷ୍ମ ଜଳୀୟ ବାଷ୍ପର ଅନୁପ୍ରବେଶ ହେବାରୁ ୧୧ରୁ ୧୪ ଜାନୁଆରୀ ମଧ୍ୟରେ ବର୍ଷା ସମ୍ଭାବନା ରହିଛି । ଓଡିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ସହ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ ୬ରୁ ୧୧ ସେଣ୍ଟିମିଟର ମଧ୍ୟରେ ବର୍ଷା ହୋଇପାରେ । ୧୨ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ ଓ ନୟାଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଅମଳ ଫସଲକୁ ସୁରକ୍ଷିତ ସ୍ଥାନରେ ସାଇତି ରଖିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ।

Leave A Reply

Your email address will not be published.